ହିତୋପଦେଶ 1

ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;

Proverbs 1:25 (UKJV) But all of you have set at nothing all my counsel, and refused my reproof:

23ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।

24ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;

25ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;

26ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।

27ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.