ହିତୋପଦେଶ 1

ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।

Proverbs 1:8 (UKJV) My son, hear the instruction of your father, and forsake not the law of your mother:

6ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।

7ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।

8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।

9ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।

10ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.