1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।