ହିତୋପଦେଶ 11

ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।

Proverbs 11:23 (UKJV) The desire of the righteous is only good: but the expectation of the wicked is wrath.

21ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷାପ୍ରାପ୍ତ ହେବେ।

22ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।

23ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।

24କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।

25ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.