7ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
8ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।
9ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।