ହିତୋପଦେଶ 12

ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।

Proverbs 12:1 (UKJV) Whoso loves instruction loves knowledge: but he that hates reproof is brutish.

1ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।

2ସତ୍‍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।

3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.