15ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
19ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।