1ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
2ସତ୍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
4ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।