ହିତୋପଦେଶ 13

ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।

Proverbs 13:14 (UKJV) The law of the wise is a fountain of life, to depart from the snares of death.

12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।

13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।

14ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।

15ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।

16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.