13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
14ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
15ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
17ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।