ହିତୋପଦେଶ 14

ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।

Proverbs 14:13 (UKJV) Even in laughter the heart is sorrowful; and the end of that delight is heaviness.

11ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।

12ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।

13ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।

14ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।

15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.