ହିତୋପଦେଶ 14

ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।

Proverbs 14:15 (UKJV) The simple believes every word: but the prudent man looks well to his going.

13ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।

14ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।

15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।

16ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।

17ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.