ହିତୋପଦେଶ 14

ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।

Proverbs 14:19 (UKJV) The evil bow before the good; and the wicked at the gates of the righteous.

17ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।

18ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।

19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।

20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।

21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.