20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।
21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
22ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
24ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।