ହିତୋପଦେଶ 15

ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।

Proverbs 15:13 (UKJV) A merry heart makes a cheerful countenance: but by sorrow of the heart the spirit is broken.

11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?

12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।

13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।

14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।

15ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.