ହିତୋପଦେଶ 15

ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।

Proverbs 15:21 (UKJV) Folly is joy to him that is destitute of wisdom: but a man of understanding walks uprightly.

19ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।

20ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।

21ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।

22ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।

23ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.