24ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
26କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।