11ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
12କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
13ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
14ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
15ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।