ହିତୋପଦେଶ 16

ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।

Proverbs 16:17 (UKJV) The highway of the upright is to depart from evil: he that keeps his way perserves his soul.

15ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।

16ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!

17ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।

18ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।

19ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.