25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।
26ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
27ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।