27ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
30ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।
31ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।