29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
30ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।
31ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
33ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।