ହିତୋପଦେଶ 17

କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।

Proverbs 17:14 (UKJV) The beginning of strife is as when one lets out water: therefore leave off contention, before it be meddled with.

12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।

13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।

14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।

15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।

16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.