ହିତୋପଦେଶ 17

ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।

Proverbs 17:18 (UKJV) A man void of understanding strikes hands, and becomes guarantor in the presence of his friend.

16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।

17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।

18ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।

19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।

20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.