23ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
24ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
25ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
26ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
27ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।