8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।
10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।