ହିତୋପଦେଶ 18

ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।

Proverbs 18:12 (UKJV) Before destruction the heart of man is haughty, and before honour is humility.

10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।

11ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।

12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।

13ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।

14ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.