16ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।