ହିତୋପଦେଶ 19

ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।

Proverbs 19:5 (UKJV) A false witness shall not be unpunished, and he that speaks lies shall not escape.

3ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।

4ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।

5ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।

6ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।

7ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.