16ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
17ଯାହାର ଗୃହ ମୃତ୍ୟୁୁ ଆଡ଼େ
18ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
19ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
20ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,