8ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
9ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ?
10ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।