ହିତୋପଦେଶ 20

ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।

Proverbs 20:2 (UKJV) The fear of a king is as the roaring of a lion: whoso provokes him to anger sins against his own soul.

1ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।

2ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।

3ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।

4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.