ହିତୋପଦେଶ 20

ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?

Proverbs 20:24 (UKJV) Man's activities are of the LORD; how can a man then understand his own way?

22“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।

23ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।

24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?

25ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।

26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.