ହିତୋପଦେଶ 20

ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।

Proverbs 20:26 (UKJV) A wise king scatters the wicked, and brings the wheel over them.

24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?

25ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।

26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।

27ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।

28ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.