ହିତୋପଦେଶ 20

ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।

Proverbs 20:8 (UKJV) A king that sits in the throne of judgment scatters away all evil with his eyes.

6ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?

7ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।

8ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।

9ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ?

10ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.