ହିତୋପଦେଶ 21

ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

Proverbs 21:10 (UKJV) The soul of the wicked desires evil: his neighbour finds no favour in his eyes.

8ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।

9କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।

10ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

11ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇଦେଲେ, ସେ ଜ୍ଞାନବାନ ହୁଏ।

12ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.