ହିତୋପଦେଶ 21

ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।

Proverbs 21:2 (UKJV) Every way of a man is right in his own eyes: but the LORD ponders the hearts.

1ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।

2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।

3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।

4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.