24ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
25ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
26କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
27ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
28ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।