ହିତୋପଦେଶ 21

ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।

Proverbs 21:4 (UKJV) An high look, and a proud heart, and the plowing of the wicked, is sin.

2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।

3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।

4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।

5କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।

6ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.