ହିତୋପଦେଶ 22

ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।

Proverbs 22:11 (UKJV) He that loves pureness of heart, for the grace of his lips the king shall be his friend.

9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।

10ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।

11ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।

12ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।

13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.