ହିତୋପଦେଶ 22

ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।

Proverbs 22:13 (UKJV) The slothful man says, There is a lion without, I shall be slain in the streets.

11ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।

12ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।

13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।

14ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।

15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.