ହିତୋପଦେଶ 22

ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।

Proverbs 22:17 (UKJV) Bow down yours ear, and hear the words of the wise, and apply yours heart unto my knowledge.

15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।

16ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।

17ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।

18ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।

19ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.