17ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।
18ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
19ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।
20ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
21ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇ ପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?