18କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
19ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ।
20ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
21କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
22ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।