ହିତୋପଦେଶ 23

ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।

Proverbs 23:25 (UKJV) Your father and your mother shall be glad, and she that bare you shall rejoice.

23ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।

24ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।

25ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।

26ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।

27କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.