ହିତୋପଦେଶ 23

ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।

Proverbs 23:28 (UKJV) She also lies in wait as for a prey, and increases the transgressors among men.

26ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।

27କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।

28ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।

29କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ?

30ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.