30ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।
31ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।
32ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।
33ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।
34ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।