ହିତୋପଦେଶ 23

କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;

Proverbs 23:6 (UKJV) Eat you not the bread of him that has an evil eye, neither desire you his dainty meats:

4ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।

5ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।

6କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;

7କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।

8ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.