8ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
9ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
10ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
11ମୃତ୍ୟୁୁ ନିମନ୍ତେ ନିଆଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
12ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବା କର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?