ହିତୋପଦେଶ 24

ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;

Proverbs 24:17 (UKJV) Rejoice not when yours enemy falls, and let not yours heart be glad when he stumbles:

15ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।

16ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।

17ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;

18କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।

19ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.